• Home
  • ରାଜ୍ୟ
  • ଚଳିତ ବର୍ଷ ଆଗୁଆ ଆସିପାରେ ମୌସୁମୀ, ୧୩ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ
Image

ଚଳିତ ବର୍ଷ ଆଗୁଆ ଆସିପାରେ ମୌସୁମୀ, ୧୩ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ

ଚଳିତ ବର୍ଷ ଆଗୁଆ ଆସିପାରେ ମୌସୁମୀ । ଗତବର୍ଷ ତୁଳନାରେ ଏଥର ମୌସୁମୀ ଶୀଘ୍ର ଆସିବ । ୧୩ ତାରିଖରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ । ଦକ୍ଷିଣ ଆଣ୍ଡାମାନ ସାଗର ସହ ଦକ୍ଷିଣ ବଙ୍ଗୋପସାଗରର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜର କିଛି ଅଞ୍ଚଳକୁ ୧୩ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ସପ୍ତାହରେ ମୌସୁମୀ ବାୟୁ ବଙ୍ଗୋପସାଗର ଛୁଇଁବ । ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ସାଂସ୍ଥାନ (ଆଇଏମଡି) ପୂର୍ବାନୁମାନ କରିଛି।

ଆଇଏମଡି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଏଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମୟ ପୂର୍ବରୁ ପହଞ୍ଚିବା ନେଇ ପାଗ ଅନୁକୂଳ ରହିଛି । ଏବେ ଏହା ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ମୁହାଁଇଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ନିକୋବର ଦ୍ୱୀପପୁଞ୍ଜରେ ମଧ୍ୟ ଅଗ୍ରଗତି କରୁଛି । ଫଳରେ ଆସନ୍ତା ସପ୍ତାହରେ ମୌସୁମୀ ବାୟୁ ବଙ୍ଗୋପସାଗର ଛୁଇଁବ । ପ୍ରଭାବରେ ମେ’ ୨୨ ତାରିଖ ସୁଦ୍ଧା ହାଲୁକା ବର୍ଷା ସମ୍ଭାବନା ରହିଛି । ଦେଶର ସ୍ଥଳଭାଗରେ ମୌସୁମୀ ଛୁଇଁବା ଏହା ପ୍ରଥମ ପୂର୍ବାନୁମାନ ହୋଇଥିବାବେଳେ ଚଳିତବର୍ଷ ମୌସୁମୀ ଆଣ୍ଡାମାନ ଏବଂ ନିକୋବରରେ ଶୀଘ୍ର ପହଞ୍ଚିବାର ଆଶା କରାଯାଉଛି ।

୨୦୨୩ ଓ ୨୦୨୪ରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଠାରୁ ସାମାନ୍ୟ ବିଳମ୍ବ ଭାବେ ଅଗ୍ରସର ହୋଇଥିଲା । ୨୦୨୩ରେ କେରଳ ଉପକୂଳକୁ ୭ଦିନ ବିଳମ୍ବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିଥିବାବେଳେ ୨୦୨୩ରେ ବି ସମାନ ସ୍ଥ଄ତି ଦେଖÒବାକୁ ମିଳିଥିଲା । ୨୦୨୩ରେ ଗୁଜରାଟ ଉପକୂଳ ଛୁଇଁଥିବା ବିପର୍ଯ୍ୟୟ ବାତ୍ୟା ପ୍ରଭାବରେ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଶୁଷ୍କ ଗରମ ବାୟୁର ପ୍ରବେଶ ଯୋଗୁ ଜୁନ ପ୍ରାରମ୍ଭରେ ମୌସୁମୀ ପ୍ରବେଶ ବିଳମ୍ବ ହୋଇଥିଲା ଏବଂ ପାଖାପାଖି ୩୭% କମ୍‌ ବର୍ଷା ରେକର୍ଡ କରାଯାଇଥିବାବେଳେ ୨୦୨୪ରେ ୩୩% କମ୍‌ ବର୍ଷା ରେକର୍ଡ ହୋଇଥିଲା ।

  1. ସାଧାରଣତଃ ମୌସୁମୀ ଆଣ୍ଡାମାନ ସାଗରକୁ ପ୍ରବେଶ କରିବା ପରେ ଯଦି ବାତ୍ୟା କିମ୍ବା ଅବପାତ ପାଣିପାଗ ପ୍ରକ୍ରିୟା ସୃଷ୍ଟି ନହୁଏ, ତେବେ କେରଳ ତଥା ଓଡ଼ିଶାକୁ ସମୟ ପୂର୍ବରୁ ମୌସୁମୀ ଅଗ୍ରସର ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ । ଅନ୍ୟପକ୍ଷରେ ରାଜ୍ୟରେ ଏବେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ହେଲା ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ୮ରୁ ପୁଣି ତାପମାତ୍ରା ବଢ଼ିବା ସହ ଖରାର ପ୍ରକୋପ ବଢ଼ିବ । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି । ମେ ୨୨ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025