• Home
  • ରାଜ୍ୟ
  • ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀଙ୍କ ସହ ମୁଖ୍ୟମନ୍ତ୍ରୀ
Image

ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀଙ୍କ ସହ ମୁଖ୍ୟମନ୍ତ୍ରୀ

ପ୍ରଥମ ବର୍ଷ ଥିଲା ପ୍ରତିଶ୍ରୁତି ପାଳନର ବର୍ଷ, ସରକାର ଓ ଜନସାଧାରଣଙ୍କ ମଧ୍ୟରେ ସେତୁ ବାନ୍ଧିବାର ବର୍ଷ – ମୁଖ୍ୟମନ୍ତ୍ରୀ

ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ସବୁଠାରୁ ମହତ୍ବପୂର୍ଣ୍ଣ ହେଲେ ସାଧାରଣ ଜନତା। ଜନତାର ପ୍ରତ୍ୟେକବର୍ଗର ଲୋକେ ହେଉଛନ୍ତି ଗଣତାନ୍ତ୍ରିକ ପଦ୍ଧତିର ଅଂଶ ବିଶେଷ। ଏହି ଏକ ବର୍ଷ  ଥିଲା ଲୋକଙ୍କ ଆଶା-ଆକାଂକ୍ଷା ପୂରଣ କରିବାର ବର୍ଷ ଏବଂ ଏହି ବର୍ଷ ଥିଲା ସରକାର-ଜନ ସାଧାରଣଙ୍କ ମଧ୍ୟରେ ଥିବା ଖାଇକୁ ଦୂର କରି ସେତୁ ବାନ୍ଧିବାର ବର୍ଷ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟର ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହିତ ଭାବ ବିନିମୟ ଅବସରରେ କହିଛନ୍ତି।

ବୈଠକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଏକ ବର୍ଷ ମଧ୍ୟରେ ଆମ ସରକାରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଯେ ଆମେ ଲୋକଙ୍କ ପାଖରେ କିଭଳି ପହଁଚିବୁ, ଏବଂ ଏହାକୁ ଆମେ ସଫଳ କରି ଦେଖାଇଛୁ। ବଜେଟ ଠାରୁ ଆରମ୍ଭ କରି ବିଭିନ୍ନ ଯୋଜନା ଏବଂ ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା, ଏ ସମସ୍ତ କାର୍ଯ୍ୟର ମୁଲ୍ୟାଙ୍କନ ଆଜି ଜନସାଧାରଣ କରୁଛନ୍ତି। ପ୍ରତ୍ୟେକ କାର୍ଯ୍ୟ ହାତକୁ ନେବା ପୂର୍ବରୁ ଆଜି ସରକାର ଲୋକମାନଙ୍କ ମତ ନେଉଛନ୍ତି ଏବଂ ତାଙ୍କ ଫିଡବ୍ୟାକ ଆଧାରରେ ହିଁ ସରକାର ସମସ୍ତ ନୀତି ପ୍ରଣୟନ କରୁଛନ୍ତି ।

ନିର୍ବାଚନ ଇସ୍ତାହାରରେ ପ୍ରତିଶୃତି ଦେଇଥିବା କାର୍ଯ୍ୟ ସହିତ ଅନେକ ଅଭିନବ ପରିକଳ୍ପନାକୁ ରୂପାୟିତ କରାଯାଇଛି। ଓଡ଼ିଶାର ବରପୁତ୍ରମାନଙ୍କୁ ସମ୍ମାନ ପ୍ରଦର୍ଶନ ହେଉ ଅବା ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ଓଡ଼ିଆ ସଂସ୍କୃତିକୁ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ପ୍ରତିପାଦିତ କରିବା ହେଉ, ସବୁଥିରେ ସରକାର ନିଜର ପ୍ରତିଶ୍ରୁତି ରକ୍ଷା କରିଛନ୍ତି । ବର୍ଷକ ସମୟ, ଗୋଟିଏ ସରକାର ପାଇଁ କେବଳ ଅୟମାରମ୍ଭ ମାତ୍ର । ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ଆମ ସରକାର ଆଗାମୀ ଦିନରେ ମଧ୍ୟ ନିରନ୍ତର ପ୍ରୟାସ ଜାରୀ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  ।

ସେ କହିଥିଲେ ଯେ, ଆଗାମୀ ଦିନରେ ୨୧ ଜଣ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠା କରାଯିବ। ସ୍ଵାଧୀନ ଭାରତର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ ବର୍ଷବ୍ୟାପୀ କରାଯାଉଛି। କେବଳ ପ୍ରତିମୂର୍ତ୍ତି ଅନାବରଣ ନୁହେଁ, ଆଗାମୀ ଦିନରେ ଏହିଭଳି ମହାନ ବରପୁତ୍ରମାନଙ୍କ ଜନ୍ମସ୍ଥାନରେ ସ୍ମୃତି ସଂଗ୍ରହାଳୟ, ବ୍ୟାଖ୍ୟାନ କେନ୍ଦ୍ର, ଶିଶୁ ଉଦ୍ୟାନ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଭିତ୍ତିଭୂମି ପ୍ରତିଷ୍ଠା କରିବା ପାଇଁ ଆମେ ଲକ୍ଷ୍ୟ ରଖିଛୁ। ରାଜ୍ୟରେ ପ୍ରାୟ ଶହେରୁ ଦେଢଶହ ଗ୍ରାମ, ଯେଉଁଠି ମହାପୁରୁଷ ଓ ମହୀୟସୀମାନେ ଜନ୍ମ ଗ୍ରହଣ କରିଥିଲେ, ତାଙ୍କ ଗ୍ରାମକୁ ଆଦର୍ଶ ଗ୍ରାମ କରି ତୋଳିବୁ।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଭରଷା ଓ ଦୃଢ ଇଚ୍ଛାଶକ୍ତି ବଳରେ ଆଜି ଓଡିଶା ନିଜ ଅସ୍ମିତା ପାଇଁ ଅନେକ ପଦକ୍ଷେପ ନେଇଛି। ଆଜି ପ୍ରତ୍ୟେକ ସୃଜନଶୀଳତାକୁ ମିଳୁଛି ପରିଚୟ। କଳା ସଂସ୍କୃତି ର ବିକାଶ ହୋଇ ଏହା ଜନାଦୃତ ହୋଇ ପାରୁଛି କେବଳ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ ପୁସ୍ତକ “ସଂସ୍କୃତି ରୁ ସମୃଦ୍ଧି” ଉନ୍ମୋଚନ ହୋଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀଶ୍ରୀମତୀ ପ୍ରଭାତୀ ପରିଡ଼ା, ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜିବ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ବିଜୟକେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025

ତିନି ରଥରେ ରଙ୍ଗ କାମ ଆରମ୍ଭ : ବେଦୀ ସିଂହାସନ ପ୍ରସ୍ତୁତି

ରଥ ନିର୍ମାଣର ୪୯ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ସକାଳ ଘ.୮.୦୦ ଟିକା ରେ ଉପସ୍ଥିତ ପୂର୍ବକ ଉପସ୍ଥାନ…

ByByutkalamirror.comJun 19, 2025

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

 ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ  ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ।…

ByByutkalamirror.comJun 19, 2025

ଓଡ଼ିଶାରେ ୫ ଲକ୍ଷପତି ଦିଦିଙ୍କୁ ପ୍ରଧାନମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ

ମୋଦିଙ୍କୁ ସ୍ବାଗତ ଲାଗି ପ୍ରସ୍ତୁତି ଶେଷ ହୋଇଛି । ଖଣିଜ ସମ୍ପଦରେ ଭରପୂର ଓଡ଼ିଶା ୧ ନଂ ରାଜ୍ୟରେ ପରିଣତ ହେବ । ଏଥିପାଇଁ…

ByByutkalamirror.comJun 18, 2025

ଏଣିକି ପଞ୍ଚାୟତକୁ ତହସିଲ ଅଧିକାରୀ ଯିବେ : ରାଜସ୍ବ ମନ୍ତ୍ରୀ

ମାସରେ ଦୁଇ ଦିନ ରାଜସ୍ବ ଅଧିକାରୀ ପଞ୍ଚାୟତକୁ ଯିବେ । ତହସିଲଦାର କିମ୍ବା ଅତିରିକ୍ତ ତହସିଲଦାର ପାଞ୍ଚୟତକୁ ଜିବେ । ରାଜସ୍ବ ଅଫିସରେ ଲୋକଙ୍କ…

ByByutkalamirror.comJun 18, 2025

ମହାପ୍ରଭୁଙ୍କ ଦେହରେ ଲାଗି ହେଲା ଫୁଲୁରୀ ତେଲ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ମହାପ୍ରଭୁ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ…

ByByutkalamirror.comJun 17, 2025