• Home
  • ରାଜ୍ୟ
  • ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି
Image

ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଏ.ଏସ୍.ଆଇ (ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ) ମହାନିର୍ଦ୍ଦେଶକଙ୍କୁ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ ପତ୍ର ଲେଖିଛନ୍ତି। ଆଗାମୀ ରଥଯାତ୍ରା ସମୟରେ ମିଳିବାକୁ ଥିବା ଅବଧି (ଜୁନ୍ ୨୮ରୁ ଜୁଲାଇ ୬) ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ସମାପନ ପାଇଁ ଚିଠିରେ ମୁଖ୍ୟ ପ୍ରଶାସକ ଉଲ୍ଲେଖ କରିଛନ୍ତି l ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗୁରୁତ୍ୱ ଦୃଷ୍ଟିରୁ ଏହି କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ହାତକୁ ନେବାକୁ କହିଛନ୍ତି l ସେହିପରି ରଥଯାତ୍ରା ସମୟରେ କରାଯାଉଥିବା ଗର୍ଭଗୃହ ତଥା ଅନ୍ୟ ଗୁରୁତ୍ବପୂର୍ଣ୍ଣ ସଂରକ୍ଷଣ କାର୍ଯ୍ୟର ତଦାରଖ ଏ.ଏସ୍.ଆଇ. ଉପ-ମହାନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀର ଅଧିକାରୀଙ୍କ ଦ୍ୱାରା କରାଯିବାକୁ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି। ଅରୁଣ ସ୍ତମ୍ଭ ନିକଟରେ ଖଣ୍ଡୋଲାଇଟ୍ ପଥର ବଦଳ ଏବଂ  ରତ୍ନଭଣ୍ଡାରର ସଂରକ୍ଷଣ ଆଦି କାର୍ଯ୍ୟ ପାଇଁ ଏ.ଏସ୍.ଆଇ. କୁ ଧନ୍ୟବାଦ ଜ୍ଞାପନ କରିବା ସହ ମୁଖ୍ୟ ପ୍ରଶାସକ ୩ ଗୋଟି ବିନ୍ଦୁ ଉପରେ ସ୍ବତନ୍ତ୍ର ଭାବେ ଧ୍ୟାନ ଆକର୍ଷଣ କରିଛନ୍ତି।

ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁସାରେ, ଉତ୍ତର ଦ୍ୱାର ଠାରେ ରାମ୍ପ ନିର୍ମାଣ, ଏ.ଏସ୍.ଆଇ. ପରାମର୍ଶ ତଥା ମାର୍ଗଦର୍ଶନରେ ଶେଷ ହୋଇଛି। ଏ.ଏସ୍.ଆଇ.ର ନିର୍ଦେଶକ ( ସଂରକ୍ଷଣ) ଙ୍କ ଅନୁଧ୍ୟାନ ପରେ ନାଟମଣ୍ଡପକୁ ବାତାନୁକୁଳିତ କରାଯିବା ନେଇ ପରିବର୍ତ୍ତିତ ଡିଜାଇନ ଦାଖଲ କରାଯିବା ସହ ଏନେଇ ଏ.ଏସ୍.ଆଇ.ର ସହମତି ପ୍ରଦାନ ପାଇଁ ଅନୁରୋଧ । ଶ୍ରୀମନ୍ଦିର ଓ ବେଢାରେ ଥିବା ପାର୍ଶ୍ବ ମନ୍ଦିର ଗୁଡିକର ସୁନ୍ଦର ଭାବେ ଆଲୋକୀକରଣ ସକାଶେ ଏ.ଏସ୍.ଆଇ ପରାମର୍ଶଦାତାଙ୍କ ସହ ଆଲୋଚନା ହୋଇଛି। ବିସ୍ତୃତ ରିପୋର୍ଟ ପାଇବା ପରେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟେଣ୍ଡର କରାଯାଇ କାର୍ଯ୍ୟ ଆରମ୍ଭ କରାଯିବ। ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ପାଇଁ ଏ.ଏସ୍.ଆଇ.ର ସହଯୋଗ କାମନା କରିବା ସହ ଅନୁରୋଧ କରାଯାଇଥିବା ସମସ୍ତ କାର୍ଯ୍ୟର ଗୁରୁତ୍ବକୁ ଉପଲବ୍ଧି କରି ଧାର୍ଯ୍ୟ ସମୟସୀମା ଭିତରେ ସାରିବାକୁ ପତ୍ରରେ ଉଲ୍ଲେଖ କରାଯାଇଛି ।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025