• Home
  • ରାଜ୍ୟ
  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ
Image

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତିରେ ଦର୍ଶାଯାଇଛି, ଶୁକ୍ରବାର ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବାରୁ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଦିବସର ଦ୍ୱିତୀୟାର୍ଦ୍ଧକୁ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପାଇଁ ଛୁଟି ଘୋଷଣା କରିଛନ୍ତି। ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିପାଇଁ ଶୁକ୍ରବାର କଟକ ଓ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ଗତକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଥିଲା ।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025

ତିନି ରଥରେ ରଙ୍ଗ କାମ ଆରମ୍ଭ : ବେଦୀ ସିଂହାସନ ପ୍ରସ୍ତୁତି

ରଥ ନିର୍ମାଣର ୪୯ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ସକାଳ ଘ.୮.୦୦ ଟିକା ରେ ଉପସ୍ଥିତ ପୂର୍ବକ ଉପସ୍ଥାନ…

ByByutkalamirror.comJun 19, 2025