ପୁରୀ ଗସ୍ତରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସିଥିଲେ । ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ସପତ୍ନୀକ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ । ଗୁରୁବାର ସନ୍ଧ୍ୟାରେ ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଜ୍ୟର ମଙ୍ଗଳ କାମନା କରି ପ୍ରାର୍ଥନା କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପହଁଚିବା ପରେ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ଵାଗତ କରାଯାଇଥିଲା। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପିନାକ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ। ଅପରାହ୍ନ ୪ ଟାରେ ତାଙ୍କ ପୁରୀ ଗସ୍ତ ଥିଲେ ମଧ୍ୟ ବିଳମ୍ବରେ ପ୍ରଥମେ ସେ ସର୍କିଟ ହାଉସରେ ପହଞ୍ଚିଲେ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡା ଦେଇ ସ୍ୱାଗତ କରିଥିଲେ। ଦର୍ଶନ ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଥିଲା।
ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
