• Home
  • ରାଜନୀତି
  • ୨୦ ତାରିଖ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର
Image

୨୦ ତାରିଖ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର

୨୦ ତାରିଖ ସୋମବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । ଏଥିପାଇଁ ଶନିବାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ସରିଛି।  ଦ୍ବିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ ଏବଂ  ଏହି ୫ଟି ସଂସଦୀୟ କ୍ଷେତ୍ର ଅଧୀନରେ ଥÒବା ୩୫ଟି ବିଧାନସଭା ଆସନରେ ସୋମବାର ମତଦାନ ହେବ। ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୬୫ ଜଣ ପ୍ରାର୍ଥୀ ରହିଛନ୍ତି।

ସେଥି ମଧ୍ୟରୁ ୪୧ ଜଣ ମହିଳା ପ୍ରାର୍ଥୀ। ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାର୍ଥୀ ରହିଛନ୍ତି।

ରାଜ୍ୟର ୯,୧୬୯ ମତଦାନ କେନ୍ଦ୍ରରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ନିଜ ମତାଧିକାର ସାବ୍ୟସ୍ତ କରିବେ। ୧୦୪୧ଟି ବୁଥରେ ମହିଳା ପୋଲିଂ କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେବ। ୨୫ଟି ବୁଥ ପିଡବ୍ଲ୍ୟୁଡି କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେବ। ଏଥର ୧୫୪୧ ଆଦର୍ଶ ବୁଥ କରାଯାଇଛି। ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି। ଏହିଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ।

ସବୁଠାରୁ ଅଧିକ କନ୍ଧମାଳରେ ୨୨, ଗଞ୍ଜାମରେ ୨୦, ସୁନ୍ଦରଗଡରେ ୧୬, ବଲାଙ୍ଗୀର ଓ ବରଗଡ଼ରେ ୧୪ ଲେଖାଏଁ । ଝାରସୁଗୁଡା ଓ ବୌଦ୍ଧ ୫ ଲେଖାଏଁ, ସୁବର୍ଣ୍ଣପୁରରେ ୪, ନୟାଗଡ଼ରେ ୨ କଂପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ। ଦ୍ବିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂହଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂହଦେଓ, ନିରଞ୍ଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଦ୍ବିତୀୟ ପର୍ଯ୍ୟାୟରେ ଯେଉଁ ୫ଟି ଲୋକସଭା ଆସନରେ ମତଦାନ ହେବ, ସେଗୁଡ଼ିକ ହେଲା-ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା। ଭୋଟଗ୍ରହଣ ହେବାକୁ ଯାଉଥÒବା ବିଧାନସଭା ଆସନଗୁଡ଼ିକ ହେଲା- ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଲସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୁଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି. ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡା, ସାନଖେମୁଣ୍ଡି ଓ ହିଞ୍ଜିଳି ।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025

Leave a Reply

Your email address will not be published. Required fields are marked *