ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ
ୟୁନିଟ୍-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚାଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ।
ଦୀର୍ଘ ୩୦ ବର୍ଷ ପରେ ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଠିକଣା । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ଆଜିଠୁ ୟୁନିଟ-୨ ସ୍ଥିତ କ୍ୟାପିଟାଲ ନର୍ସରି ନିକଟସ୍ଥ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।