Utkala Mirror I Odisha News, Latest Odia News

କେନ୍ଦ୍ର ରେଳମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।  ରାଜ୍ୟରେ ରେଳ ସଂଯୋଗୀକରଣକୁ ଆହୁରି ସୁଦୃଢ଼ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉପରେ ଆଲୋଚନା ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଂଶଗ୍ରହଣ କରିଛନ୍ତି। ସେ ନୀତି ଆୟୋଗର ୧୦ମ ଗଭର୍ଣ୍ଣିଂ କାଉନସିଲ ବୈଠକରେ ଯୋଗ ଦେଇ ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ଏହା ସହିତ ସେ ଏନଡିଏ ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀରେ  ଓଡ଼ିଶାର ବିକାଶ ଦିଗରେ ଏକ ସୁଦୃଢ଼ ରୂପରେଖ ଉପସ୍ଥାପନ କରାଯାଇଥିଲା, ଯେଉଁଥିରେ ଅନ୍ତର୍ଭୁକ୍ତ ବିକାଶ ଓ ସମଗ୍ରତା ଉପରେ ଗୁରୁତ୍ୱ ଦିଆଯାଇଥିଲା।

Exit mobile version