ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ସେ କନ୍ଧମାଳଜିଲ୍ଲା ବାଲିଗୁଡ଼ା ବିଧାନସଭା ଆସନରୁ ୨ ଥର ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପୂର୍ବତନ ବିଧାୟକଙ୍କ ବିୟୋଗରେ ଦୁଃଖ ବ୍ୟକ୍ତ କରି ନିଜ ସୋସିଆଲ ମିଡ଼ିଆ ଏକ୍ସ ରେ ଉଲ୍ଲେଖ କରିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ସେହିଭଳି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ୍ ଆକାଉଣ୍ଟ ରେ ଉଲ୍ଲେଖ କରିଛନ୍ତି ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀର ଆମ ଦଳର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ସରଳ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ବିଶେଷ ଭାବରେ ଜନଜାତିଙ୍କ କଲ୍ୟାଣ ଓ ସେବା କରିବା ଦିଗରେ ସବୁବେଳେ ତତ୍ପର ରହୁଥିଲେ । ନିଜ ନିର୍ବାଚନମଣ୍ଡଳୀ ପାଇଁ ସେ କରିଥିବା ବିକାଶମୂଳକ କାର୍ଯ୍ୟ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି।
ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ
