• Home
  • ରାଜ୍ୟ
  • ମହାପ୍ରଭୁଙ୍କ ଦେହରେ ଲାଗି ହେଲା ଫୁଲୁରୀ ତେଲ
Image

ମହାପ୍ରଭୁଙ୍କ ଦେହରେ ଲାଗି ହେଲା ଫୁଲୁରୀ ତେଲ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ମହାପ୍ରଭୁ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକ ମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି। ଜ୍ୱରରେ ପୀଡିତ ଥିବାରୁ ମହାପ୍ରଭୁଙ୍କ ନିକଟରେ ଦଇତାପତି ସେବକ ମାନେ ପଣା ଓ ଚକଟା ଭୋଗ କରୁଛନ୍ତି।
ତେବେ ଅନବସରର ଚତୁର୍ଥ ଦିବସରରେ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟା ନୀତି ସମ୍ପାଦିତ କରିଥିବା ବେଳେ ଅନବସରର ପଞ୍ଚମ ଦିବସରରେ ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯାଇଛି।
ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଛନ୍ତି। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ। ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ମଠ ପକ୍ଷରୁ ଯୋଗା ଯାଇଥାଏ । ଫୁଲୁରୀ ତେଲ ସ୍ୱତନ୍ତ୍ର ଭାବରେ ପ୍ରସ୍ତୁତ କରାଯାଇଥାଏ। ପ୍ରତ୍ୟକ ବର୍ଷ ହେରାପମୀ ଦିନ ଘଣାପେଡ଼ା ରାଶିତେଲରେ ୧୪ ପ୍ରକାର ଫୁଲ, ୭ ପ୍ରକାର ଔଷଧୀୟ ଚେରମୂଳ ଏବଂ ସୁବାସିତ ଦ୍ରବ୍ୟ ଯଥା କେତକି, ହେନା, ଜୁଇ, ମଲ୍ଲି ଆଦି ଅନେକ ସୁଗନ୍ଧିତ ପୁଷ୍ପ ପକାଇ ଏକ ପାତ୍ରରେ ରଖି ମାଟିତଳେ ଏକବର୍ଷ କାଳ ପୋତାଯାଇଥାଏ ।
ପରେ ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ରଖାଯାଇଥାଏ । ପରେ ତେଲ ଗୁଡିକୁ ଛଣାଯାଇ ତେଲ ଗୁଡିକୁ ମାଟି ପାତ୍ରରେ ରଖାଯାଏ।
ଅଣସରର ପଞ୍ଚମୀ ଦିନ ତେଲକୁ ଛଣାଯାଇ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ପଠାଯାଏ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଭୋଗ ସମ୍ପନ୍ନ ହେବା ପରେ ମଠରୁ ଉକ୍ତ ଫୁଲୁରୀ ତେଲ ଶ୍ରୀମନ୍ଦିରକୁ ଯାଇଥାଏ। ପରେ ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ଫୁଲୁରୀ ତେଲ ନେଇ ସଂସ୍କାର କରିବା ପରେ ଦଇତାପତି ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମାଲିସ୍ କରାଇଥାନ୍ତି। ବିଶ୍ୱାସ ରହିଛି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ମାଲିସ୍ କରାଯିବା ପରେ ମହାପ୍ରଭୁ ଜ୍ୱରରୁ ସାମାନ୍ୟ ଆଶ୍ୱସ୍ତି ପାଇଥାନ୍ତି।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025