ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରନ୍ତୁନି

Go back

Your message has been sent

Warning
Warning
Warning
Warning

Warning.

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଡାଇନିଂ ଟେବୁଲରେ ମହାପ୍ରସାଦଦ ସେବନ ନ କରିବାକୁ ନିବେଦନ କରାଯାଇଛି। ଡାଇନିଂ ଟେବୁଲରେ ମହାପ୍ରସାଦ ସେବନର ଭିଡିଓ ଭାଇରାଲ ହେବା ପରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରି କୁହାଯାଇଛି ଯେ ମହାପ୍ରଭୁଙ୍କ ଦିବ୍ୟ ପ୍ରସାଦ ଅନ୍ନବ୍ରହ୍ମ ରୂପେ ପୂଜିତ। ଭୂମିରେ ବସି ମହାପ୍ରସାଦ ସେବନର ବିଧି ଅନାଦି କାଳରୁ ରହିଆସିଛି। ତେଣୁ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ ନ କରିବାକୁ ନିଦେଦନ କରାଯାଉଛି। ହୋଟେଲଗୁଡ଼ିକ ମଧ୍ୟ ଏଥିପ୍ରତି ଦୃଷ୍ଟି ଦେବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଏହାସହିତ ନିଜ ଅତିଥିଙ୍କୁ ଏଭଳି କାର୍ଯ୍ୟରୁ ବିରତ ରହିବାକୁ ସଚେତନ କରିବାକୁ କୁହାଯାଇଛି।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଟ୍ବିଟ୍ କରି କୁହାଯାଇଛି ଯେ ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରୁଥିବା ଚିତ୍ର ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବା ଶ୍ରୀମନ୍ଦିର ପ୍ରଶାସନର ନଜରକୁ ଆସିଅଛି । ଏହି ଚିତ୍ରକୁ ନେଇ ଶ୍ରୀଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହି ସନ୍ଦର୍ଭରେ ଶ୍ରୀମନ୍ଦିର ପକ୍ଷରୁ ସ୍ପଷ୍ଟ କରାଯାଉଛି ଯେ, ମହାପ୍ରଭୁଙ୍କ ଦିବ୍ୟ ମହାପ୍ରସାଦ ଅନ୍ନବ୍ରହ୍ମ ରୂପେ ପୂଜିତ। ଭୂମିରେ ବସି ମହାପ୍ରସାଦ ସେବନର ବିଧି ପରମ୍ପରା ଅନାଦି କାଳରୁ ରହିଆସିଛି। ତେଣୁ ଏଭଳି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭଳି ପରମ୍ପରା ବିରୋଧୀ କାର୍ଯ୍ୟରୁ ବିରତ ରହିବାକୁ ସମସ୍ତ ଭକ୍ତ ସମାଜକୁ ବିନମ୍ର ନିବେଦନ କରାଯାଉଛି। ହୋଟେଲ ଗୁଡିକ ମଧ୍ୟ ଏଥିପାଇଁ ଦୃଷ୍ଟି ଦେବା ସହ ନିଜ ଅତିଥିଙ୍କୁ ଏଭଳି କାର୍ଯ୍ୟରୁ ବିରତ ରହିବାକୁ ସଚେତନ କରିବାକୁ ଅନୁରୋଧ।