• Home
  • ରାଜ୍ୟ
  • କେଉଁ ବିଭାଗ କେଉଁ ମନ୍ତ୍ରୀଙ୍କୁ ମିଳିଲା I ମୁଖ୍ୟମନ୍ତ୍ରୀଙ୍କ ପାଖରେ ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗ
odisha cabinet portfolios

କେଉଁ ବିଭାଗ କେଉଁ ମନ୍ତ୍ରୀଙ୍କୁ ମିଳିଲା I ମୁଖ୍ୟମନ୍ତ୍ରୀଙ୍କ ପାଖରେ ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗ

ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୩ ଦିନ ପରେ ଆଜି ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ‍ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି ।

ପ୍ରାବଧାନ ଅନୁସାରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୨୨ଜଣ(ବିଧାନସଭା ସଦସ୍ୟଙ୍କ ୧୫ପ୍ରତିଶତ) ରହିବାର ବ୍ୟବସ୍ଥା ଥିଲେ ମଧ୍ୟ ବିଜେପି ନିଜର ମନ୍ତ୍ରିମଣ୍ଡଳର ସଂଖ୍ୟାକୁ ୧୬ଜଣଙ୍କ ମଧ୍ୟରେ ସୀମିତ ରଖିଛି । ମୁଖ୍ୟମନ୍ତ୍ରୀଙ୍କ ପାଖରେ ଥିବା ୬ଟି ବିଭାଗକୁ ନିକଟ ଭବିଷ୍ୟତରେ ଆଉ କିଛି ମନ୍ତ୍ରୀଙ୍କୁ ସାମିଲ କରି ଅନ୍ୟ କାହାକୁ ଆବଣ୍ଟନ କରାଯାଇପାରେ ବୋଲି ଜଣାପଡ଼ିଛି ।

ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସହ ଶକ୍ତି ବିଭାଗ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି ।

ତେବେ ୮ କ୍ୟାବିନେଟ୍ ଓ ୫ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ)ଙ୍କୁ କେଉଁ ବିଭାଗ ମିଳିଛି, ନିମ୍ନରେ ପଢ଼ି ନିଅନ୍ତୁ।

କ୍ୟାବିନେଟ୍ ମନ୍ତ୍ରୀ

  • ସୁରେଶ ପୂଜାରୀ- ରାଜସ୍ୱ ଓ ବିପର୍ଯ୍ୟୟ
  • ରବିନାରାୟଣ ନାଏକ – ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ
  • ନିତ୍ୟାନନ୍ଦ ଗଣ୍ଡ- ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି-ଜନଜାତି-ସଂଖ୍ୟାଲଘୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
  • କୃଷ୍ଣଚନ୍ଦ୍ର ପାତ୍ର- ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା
  • ପୃଥ୍ୱୀରାଜ ହରିଚନ୍ଦନ- ଆଇନ, ପୂର୍ତ୍ତ ଓ ଅବକାରୀ
  • ମୁକେଶ ମହାଲିଙ୍ଗ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି
  • ବିଭୂତି ଭୂଷଣ ଜେନା- ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
  • କୃଷ୍ଣଚନ୍ଦ୍ର ମହାପାତ୍ର- ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ

ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ)

  • ଗଣେଶରାମ ସିଂ ଖୁଣ୍ଟିଆ- ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
  • ସୂର୍ଯ୍ୟବଂଶୀ ସୂରଜ- ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
  • ପ୍ରଦୀପ ବଳ ସାମନ୍ତ- ସମବାୟ, ହସ୍ତତନ୍ତ-ବୟନଶିଳ୍ପ ଓ ହସ୍ତଶିଳ୍ପ
  • ଗୋଲକଚନ୍ଦ୍ର ମଲ୍ଲିକ- ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏମଏସଏମଇ
  • ସମ୍ପଦ ଚନ୍ଦ୍ର ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025

Leave a Reply

Your email address will not be published. Required fields are marked *