Utkala Mirror I Odisha News, Latest Odia News

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କା ଅନୁଦାନ: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଅନନ୍ୟ ପର୍ବ ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ଆକର୍ଷଣୀୟ କରିବା ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଘୋଷଣା କରିଛନ୍ତି। ଏହି ଅନୁଦାନ ମାଧ୍ୟମରେ ଏହି ପର୍ବର ପ୍ରଚାର ଓ ପ୍ରସାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି  ଏକ୍ସ ହ୍ୟାଣ୍ଡେଲ୍ ମାଧ୍ୟମରେ ଏହି ଘୋଷଣା କରି କହିଛନ୍ତି, “‘ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି। ଲୋକଙ୍କ ସରକାରରେ ମହନୀୟ ହେବ ଲୋକ ପରମ୍ପରା, ଗରିମାମୟ ହେବ ଓଡ଼ିଆ ଅସ୍ମିତା।”

Exit mobile version