ରାଜ୍ୟ

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବିମାନ ବନ୍ଦରରୁ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ। କଳିଙ୍ଗ ଷ୍ଟାଡିୟମ୍‌ଠାରୁ ବିଶାଳ ରୋଡ୍‌ ଶୋ’ କରିବେ। ପାଖାପାଖି ୨ ଲକ୍ଷ ଲୋକ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବେ। ବୟୋବନ୍ଦନା କାର୍ଡ ବାଣ୍ଟିବେ ଓ ଅନ୍ତ୍ୟୋଦୟ ଘର ବଣ୍ଟନ କରିବେ । ଲକ୍ଷପତି ଦିଦିଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ସ୍ଥିର ହୋଇଛି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।
ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତିରେ ଦର୍ଶାଯାଇଛି, ଆସନ୍ତାକାଲି ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବାରୁ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଦିବସର ଦ୍ୱିତୀୟାର୍ଦ୍ଧକୁ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପାଇଁ  ଛୁଟି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୧୩୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ୫୦୦ରୁ ଅଧିକ ଅଫିସର ମୁତୟନ ହୋଇଛନ୍ତି। ପାଖାପାଖି ୨୦ ଜଣ ଅତିରିକ୍ତ ଡିସିପି ଏବଂ ଡିସିପି, ଆଇଜି ଓ ଆଡିସନାଲ ଡିଜି ସ୍ତରର ଅଫିସର ମଧ୍ୟ ଦାୟିତ୍ୱରେ ଅଛନ୍ତି। ଏହାସହ ସେଣ୍ଟ୍ରାଲ ଆର୍ମଡ ପୁଲିସ ଫୋର୍ସ ଏବଂ ସ୍ଵତନ୍ତ୍ର ଏଜେନ୍ସିମାନେ ସୁରକ୍ଷା ଦାୟିତ୍ୱରେ ଅଛନ୍ତି। ଏୟାର ପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା ସହିତ ଭିଡ଼ ନିୟନ୍ତ୍ରଣ ଓ ପରିଚାଳନା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଅଗ୍ନିଶମ ଏବଂ ଓଡ୍ରାଫ ଟିମ୍ ମଧ୍ୟ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ଶୋ’ ପାଇଁ ଟ୍ରାଫିକ ଆଡଭାଇଜରୀ ଜାରି କରାଯାଇଛି ଓ ଡ୍ରୋନ ଉଡ଼ାଇବା ଉପରେ ରୋକ ଲଗାଯାଇଛି ।

ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ରୋଡ଼ ସୋ ରେ ଉପସ୍ଥିତ ରହିବେ। ଶୁକ୍ରବାର ଦିନ ୩ଟା ୪୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିବେ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବେ । ଏହାପରେ ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍ ସୋ’କାର୍ଯ୍ୟକ୍ରମ ରହିଛି।  ବିମାନବନ୍ଦରରୁ ଜନତା ମୈଦାନ ଯାଏଁ ପ୍ରଧାନମନ୍ତ୍ରୀ ରୋଡ୍ ସୋ’ରେ ଯିବେ ।ଅପରାହ୍ମ ସାଢେ ୫ଟା ଯାଏଁ ଓଡ଼ିଶାରେ ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ବୋଲି ରାଜ୍ୟ ବିଜେପି ସଭାପତି ସୂଚନା ଦେଇଛନ୍ତି ।

You May Also Like

Business

Quis autem vel eum iure reprehenderit qui in ea voluptate velit esse quam nihil molestiae consequatur, vel illum qui dolorem eum fugiat.

World

Quis autem vel eum iure reprehenderit qui in ea voluptate velit esse quam nihil molestiae consequatur, vel illum qui dolorem eum.

Business

Nemo enim ipsam voluptatem quia voluptas sit aspernatur aut odit aut fugit, sed quia consequuntur magni dolores eos qui ratione.

Politics

Sed ut perspiciatis unde omnis iste natus error sit voluptatem accusantium doloremque laudantium, totam rem aperiam, eaque ipsa quae.

Copyright © 2020 ZoxPress Theme. Theme by MVP Themes, powered by WordPress.

Exit mobile version